ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର ୨୨/୦୯:  ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର ବିକାଶ ପାଇଁ ପ୍ରାୟ ୬ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ଥର ସ୍ଥାପନ କାର୍ଯ୍ୟକ୍ରମ ରହିଛି । ସ୍ବତନ୍ତ୍ର ବିମାନ ଯୋଗେ ତୁଷୁରା ଏୟାରଷ୍ଟ୍ରିପରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ସେଠାରୁ ଟିଟିଲାଗଡ଼ ମିନି ଷ୍ଟାଡିୟମ ଯାଇ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ଼ ବଣ୍ଟନ କରିବେ। ବଲାଙ୍ଗିର ଅତ୍ୟାଧୁନିକ ବସଷ୍ଟାଣ୍ଡ ଉଦ୍ଘାଟନ କରିବା ସହ ପାନୀୟ ଜଳ ଯୋଗାଣ, କୃଷି ଜଳସେଚନ ଭଳି ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ସୁରକ୍ଷା ବ୍ୟବସ୍ଥା ପାଇଁ ୨୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: