ଭୁବନେଶ୍ଵର, ୧୬/୦୩ :ଆଜି ବି ଗୃହରେ ଅଚଳାବସ୍ଥା। ବିଧାନସଭାରେ ଆଜି ବି ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ। ଲଗାତର ଚତୁର୍ଥ ଦିନରେ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ପ୍ରଶ୍ନକାଳ ସମୟରେ ଗୃହ ମଧ୍ୟଭାଗକୁ ଆସି ଶାସକ ଓ ବିରୋଧୀ ସଦସ୍ୟ ହୋହଲ୍ଲା କରିଛନ୍ତି। ଫଳରେ ଗୃହକୁ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ରାଜ୍ୟରେ ମଣ୍ଡି ଅବ୍ୟବସ୍ଥାକୁ ନେଇ ବିରୋଧୀ ସଦସ୍ୟ ହଟ୍ଟଗୋଳ କରିଛନ୍ତି। ସେପଟେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଗୃହରେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ ପାଇଁ କ୍ଷମା ପ୍ରାର୍ଥନା କରିବାକୁ ଶାସକ ଦଳ ହୋହଲ୍ଲା କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |