ବିଧାନସଭା କର୍ମଚାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଭୁବନେଶ୍ୱର୬/୮(ଓଡିଆନ ମିଡିଆ) : ବିଧାନସଭାରେ କାର୍ଯ୍ୟରତ ବରିଷ୍ଠ ରକ୍ଷୀ ପ୍ରହରୀ ଶ୍ରୀ ସୋଲେ ଲେଙ୍କାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି ।   ବାଚସ୍ପତିଙ୍କ ପ୍ରକୋଷ୍ଠରେ ଶ୍ରୀ ଲେଙ୍କାଙ୍କୁ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭା ତରଫରୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ । ଏହି ଅବସରରେ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀଙ୍କ ସମେତ ବିଧାନସଭାର ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: