ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ ।

ଭୁବନେଶ୍ୱର ୫/୮(ଓଡ଼ିଆନ୍ ମିଡ଼ିଆ): ବୁଧବାର ବିଧାନସଭା ପରିସରରେ ଓଡ଼ିଶାର ପୂର୍ବତନ ବାଚସ୍ପତି ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ବାଚସ୍ପତି ଡ଼.ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭା ପ୍ରାଙ୍ଗଣରେ ରାଜନେତା, ସମାଜ ସଂସ୍କାରକ, କବି, ପ୍ରାବନ୍ଧିକ ତଥା ସାମ୍ବାଦିକ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ସରକାରୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ବିଧାନସଭାର ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଜନନାୟକ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: