ବିଧାୟକ ପାଣ୍ଠି ବୃଦ୍ଧି ନେଇ ବିଧାନସଭାରେ ଆଲୋଚନା

ଭୁବନେଶ୍ୱର,୨୧/୭: ବିଧାୟକ ପାଣ୍ଠି ବୃଦ୍ଧି କରିବା ନେଇ ଗୃହରେ   ଆଲୋଚନା ହୋଇଛି। ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ବିଧାୟକ ପାଣ୍ଠିର ବୃଦ୍ଧି କରିବାକୁ ଦାବି କରିଛନ୍ତି। ବର୍ତ୍ତମାନ ବିଧାୟକମାନଙ୍କର ପାଣ୍ଠି ୩ କୋଟି ରହିଛି। ସେଥିରୁ ୨ କୋଟି ସାଧାରଣରେ ଏବଂ ଉଚ୍ଚଶିକ୍ଷା ପାଇଁ ୫୦ ଲକ୍ଷ ଏବଂ ରାସ୍ତାଘାଟ ନିର୍ମାଣ ପାଇଁ  ୫୦ ଲକ୍ଷ ଟଙ୍କା ଦିଆଯାଉଛି।   ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟଙ୍କ ଦାବି ବିଧାୟକ ପାଣ୍ଠିର ବୃଦ୍ଧି କରଯାଉ। ବର୍ତ୍ତମାନ ବିଧାୟକ ମାନଙ୍କର ପାଣ୍ଠି ୩ କୋଟି ରହିଛି । ସେଥିରୁ 2 କୋଟି ସାଧାରଣ ରେ ଏବଂ ଉଚ୍ଚଶିକ୍ଷା ପାଇଁ 50 ଲକ୍ଷ ଏବଂ ରାସ୍ତା ଘାଟ ନିର୍ମାଣ ପାଇଁ 50 ଲକ୍ଷ ଦିଆଯାଉଛି। ଆଲୋଚନା ରେ ଭାଗ ନେଇ ବିଜେଡି ବିଧାୟକ ତଥା ମୂଳ ପ୍ରଶ୍ନ କର୍ତ୍ତା ସଞ୍ଜୀବ ମଲିକ କହିଛନ୍ତି ଯେ ରାଜ୍ୟର ବଡ଼ ବଡ଼ ମନ୍ଦିର ଗୁଡ଼ିକର ବିକାଶ କାର୍ଯ୍ୟ ଚାଲୁ ରହିଛି । ମାତ୍ର ଗାଁ ରେ ରହିଥିବା ଛୋଟ ଛୋଟ ମନ୍ଦିର ଗୁଡିକର ବିକାଶ ପାଇଁ ଏହି ବିଧାୟକ ପାଣ୍ଠି କମ ପଡୁଛି । ସେଥିପାଇଁ ସାଧାରଣ ଖର୍ଚ୍ଚ 2 କୋଟି ବଦଳରେ 3 କୋଟି କରଯାଉ।ଏପଟେ ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ କହିଛନ୍ତି ଯେହେତୁ ପଡୋଶୀ ରାଜ୍ୟ ମାନଙ୍କରେ ବିଧାୟକ ପାଣ୍ଠି 5 କୋଟି ଟଙ୍କା ରହିଛି। ତେଣୁ ଆମ ରାଜ୍ୟରେ ଏହାକୁ 3 କୋଟି ରୁ 10 କୋଟି କୁ ବୃଦ୍ଧି କରଯାଉ। ସରସ୍ୱତୀ ଶିଶୁ ମନ୍ଦିର କୁ ବିଧାୟକ ପାଣ୍ଠି ରୁ କିପରି ଅନୁଦାନ ଦିଆଯିବ ତାହାର ବ୍ୟବସ୍ଥା କରଯାଉ। ସେହିପରି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ମଧ୍ୟ କହିଛନ୍ତି ରାସ୍ତା ଘାଟ ନିର୍ମାଣ, କୋଭିଡ ଏବଂ ଉଚ୍ଚଶିକ୍ଷା ପାଇଁ ଥିବା ଥିବା ଧାର୍ଯ୍ୟ ଅର୍ଥ ସୀମା କୁ ଉଠାଯାଇ ସାଧାରଣ ଖର୍ଚ୍ଚ କୁ 3 କୋଟି କରଯାଉ।ଅନ୍ୟପଟେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ କହିଛନ୍ତି, ବର୍ତ୍ତମାନ ବିଧାୟକ ପାଣ୍ଠି ବଢ଼ାଇବାର କୌଣସି ପ୍ରସ୍ତାଵ ନାହିଁ। ସମୟ ଆସିଲେ ବିଚାର କରାଯିବ। ୨୦୨୦-୨୧ରେ ବିଧାୟକ ପାଣ୍ଠି ୧ କୋଟିରୁ ୩ କୋଟିକୁ ବୃଦ୍ଧି କରାଯାଇଥିଲା। ବିଧାୟକଙ୍କ ଆଞ୍ଚଳିକ ପାଣ୍ଠି ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରେ ୨ କୋଟି ଥିବା ବେଳେ ତେଲେଙ୍ଗାନାରେ ୫ କୋଟି, ଛତିଶଗଡ଼ରେ ୪ କୋଟି, ପଶ୍ଚିମବଙ୍ଗରେ ୬୦ ଲକ୍ଷ, ଝାଡ଼ଖଣ୍ଡରେ ୪ କୋଟି, ମହାରାଷ୍ଟ୍ରରେ ୫ କୋଟି ଏବଂ ଉତ୍ତର ପ୍ରଦେଶରେ ମଧ୍ୟ ୫ କୋଟି ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: