ବାଲୁଗାଁ , ୧୨।୦୩ : ଚିଲିକା ବିଧାୟକଙ୍କୁ ଆକ୍ରମଣ । ବ୍ଲକ ଚେୟାରମ୍ୟାନ୍ ନିର୍ବାଚନ ପାଇଁ ଆସିଥିବା ବେଳେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ସାମାନ୍ୟ ଆହତ ହୋଇଛନ୍ତି । ଆହତ ଅବସ୍ଥାରେ ବିଧାୟକଙ୍କୁ ବାଣପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ବ୍ଲକ ଚେୟାରମ୍ୟାନ୍ ନିର୍ବାଚନ ପାଇଁ ବ୍ଲକ ଆସିଥିଲେ ବିଧାୟକ । ଠିକ୍ ଏହି ସମୟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଆକ୍ରମଣ ହୋଇଛି । ବ୍ଲକ ଅଫିସ ନିକଟରେ ବିଧାୟକଙ୍କୁ ଆକ୍ରମଣ ହୋଇଥିବା ଜଣାପଡିଛି । ଏଥିରେ ବିଧାୟକ ସାମାନ୍ୟ ଆହତ ହୋଇଛନ୍ତି । ତାଙ୍କୁ ଆହତ ଅବସ୍ଥାରେ ବାଣପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସେହିପରି ବିଧାୟକଙ୍କ କାର୍କୁ ମଧ୍ୟ ଭଙ୍ଗାରୁଜା କରାଯାଇଛି । ଏନେଇ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି । ସୁରକ୍ଷାଦୃଷ୍ଟିରୁ ପୋଲିସ ଫୋର୍ସ ମୁତୟନ କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |