ବିଧାୟକ ପ୍ରଶାନ୍ତ ଜଗଦେବ ଅସୁସ୍ଥ,, ଭୁବନେଶ୍ୱର ସ୍ଥାନାନ୍ତର

ଟାଙ୍ଗୀ ୨୯।୦୩ : ଲୋକଙ୍କ ଉପରେ ଗାଡ଼ି ମଡ଼ାଇଦେବା ଘଟଣାରେ ଗିରଫ ହୋଇଥିବା  ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ  ଅସୁସ୍ଥ ହୋଇପଡ଼ିଛନ୍ତି । ଗତକାଲି ବିଳମ୍ବିତ ରାତିରେ ସ୍ୱାସ୍ଥ୍ୟବସ୍ଥା ଜଟିଳ ହୋଇଯିବା କାରଣରୁ ବାଣପୁର ସବ୍‌ଜେଲରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଯାହାଫଳରେ ବର୍ତ୍ତମାନ ସେ କ୍ୟାପିଟାଲ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ବାଣପୁର ବ୍ଲକ କ୍ୟାମ୍ପସ ନିକଟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡି ମଡାଇ ଜୀବନରେ ମାରି ଦେବାକୁ ଉଦ୍ୟମ କରିଥିଲେ । ଏହି ଘଟଣାରେ ଗତ ୨୨ ତାରିଖ ଦିନ ତାଙ୍କୁ ଗିରଫ କରାଯାଇ ବାଣପୁର ସବ୍-ଜେଲ୍ ରେ ବିଚାରଧିନ କଏଦୀ  ଭାବେ ରଖାଯାଇଥିଲେ । ଗତକାଲି ବିଳମ୍ବିତ ରାତିରେ ବାଣପୁର ସବଜେଲରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ ବର୍ତ୍ତମାନ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: