ଭୁବନେଶ୍ଵର, ୮/୫ : ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ରବିବାର ପରଲୋକ ଘଟିଛି । ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୮୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ନେଇ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି। ଓଡିଆ ସାହିତ୍ୟ ଏବଂ ସଂସ୍କୃତି କ୍ଷେତ୍ରରେ ତାଙ୍କର ଅତୂଳନୀୟ ଯୋଗଦାନ ରହିଛି। ତାଙ୍କର ଜଗନ୍ନାଥ ସଂସ୍କୃତି ଉପରେ ବିଚକ୍ଷଣ ପାଣ୍ଡିତ୍ୟ ଥିଲା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |