ଝାରସୁଗୁଡ଼ା ,୪।୫:ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର୍ ପ୍ରସ୍ତୁତି ଚାଲିଛି । ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ତାରିଖ ଘୋଷଣା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ନାମାଙ୍କନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ୧୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ଅନ୍ୟପଟେ ଆଇନଶୃଙ୍ଖଳା ରକ୍ଷା ଲାଗି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି । ଏହି ଉପନିର୍ବାଚନରେ ୨ଲକ୍ଷ ୧୪ ହଜାର ୨୬୧ ଭୋଟର ମତାଧିକାର ସାବ୍ୟସ୍ତ କରିବେ । ମେ’ ୩୧ ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି ।ସେପଟେ ଉପନିର୍ବାଚନ ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର୍ ପ୍ରସ୍ତୁତି ଚାଲିଛି । ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ତାରିଖ ଘୋଷଣା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ନାମାଙ୍କନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |