ବ୍ରଜରାଜନଗର ଉପ-ନିର୍ବାଚନ : ବିପୁଳ ଭୋଟରେ ଜିତିଲେ ଅଳକା

ବ୍ରଜରାଜନଗର, ୦୩/୦୬ : ବ୍ରଜରାଜନଗର ଉପନିର୍ବାଚନରେ ବାଜି ମାରିଛି ବିଜେଡି । ବିପୁଳ ଭୋଟରେ ବିଜୟ ହାସଲ କରିଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ପ୍ରାୟ ୬୫ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିଛନ୍ତି ଅଳକା । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇ ଅଳକା ବିଜୟୀ ହୋଇଛନ୍ତି । ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନକୁ ଖସିଛନ୍ତି । ବିଜୟୀ ହେବା ପରେ ଅଳକା ମହାନ୍ତି ଖୁସି ବ୍ୟକ୍ତ କରିଛନ୍ତି। ତାଙ୍କ ଉପରେ ବିଶ୍ଵାସ ରଖିଥିବାରୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳୀୟ କର୍ମୀ ଓ ଜନସାଧାରଣଙ୍କୁ କୃତଜ୍ଞତା ଅର୍ପଣ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: