ମୋହନା,୨୬/୯: ଟୁରିଷ୍ଟ୍ ଗାଡ଼ି ଓଲଟି ପଡ଼ିବା ଯୋଗୁ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ହିମାଚଳପ୍ରଦେଶ କୁଲ୍ଲୁର ବଞ୍ଜାର ଭ୍ୟାଲି Ghiyagi ଅଞ୍ଚଳରେ ଗତକାଲି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୫ ଆହତଙ୍କୁ କୁଲ୍ଲୁର ଜୋନାଲ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିବା ବେଳେ ଆଉ ୫ ଆହତଙ୍କୁ ବଞ୍ଜାର ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ମୃତାହତମାନେ ରାଜସ୍ଥାନ, ମଧ୍ୟପ୍ରଦେଶ, ହରିୟାଣା ଓ ଦିଲ୍ଲୀର ହୋଇଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତି ୧୨ଟା ୪୫ ମିନିଟ୍ରେ ବିଜେପି ବିଧାୟକ ସୁରେନ୍ଦର ଶୌରୀ ଫେସ୍ବୁକ୍ରେ ଲାଇଭ୍ ଆସି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ। ଏହାସହ ଉଦ୍ଧାର କାର୍ଯ୍ୟ ପାଇଁ ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ ଜଣାଇଥିଲେ। ଉକ୍ତ ଅଞ୍ଚଳରେ ଅନ୍ଧାର ସତ୍ତ୍ୱେ ମଧ୍ୟ ଆହତଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |