ଭାରତରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧/୪: ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନସନ । ବୋରିସ ଅହମ୍ମଦାବାଦରେ ପହଞ୍ଚିଥିବା ବେଳେ ତାଙ୍କୁ ଗୁଜରାଟ ମୁଖ୍ୟମନ୍ତ୍ରୀ ସ୍ୱାଗତ ଜଣାଇଛନ୍ତି । ଗୁଜରାଟରେ ଆଜି ବୋରିସ କିଛି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ପରେ ଆସନ୍ତାକାଲି ମଧ୍ୟ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ବୋରିସଙ୍କ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସହ ଏହି ଆଲୋଚନା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା ରଖାଯାଇଛି । ଦେଶରେ ନିଯୁକ୍ତି ସୃଷ୍ଟି, ଆର୍ଥିକ ପ୍ରଗତି, ପ୍ରତିରକ୍ଷା ଓ ସୁରକ୍ଷାକୁ ମୁଖ୍ୟ ଫୋକସ ଦିଆଯିବ ବୋଲି କୁହାଯାଉଛି । ବୋରିସଙ୍କ ଏହି ଭାରତ ଗସ୍ତ ଦୁଇ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବହନ କରିବ । ଅନ୍ୟପଟେ ବର୍ତ୍ତମାନ ରୁଷ ଓ ୟୁକ୍ରେନ୍‌ ମଧ୍ୟରେ ଏବେ ବି ଜାରି ରହିଛି ଯୁଦ୍ଧ ।  ଏନେଇ ମଧ୍ୟ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇପାରେ ବୋଲି କୁହାଯାଉଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: