ନୂଆଦିଲ୍ଲୀ,୧୬/୦୯: ଋଷିଆଠୁ ଭାରତ ଆଣିବ କୋଭିଡ୍-୧୯ ସ୍ପୁଟନିକ୍-ଭି ଭାକସିନ୍ର ୧୦୦ ମିଲିୟନ ଡୋଜ୍ । ପ୍ରମୁଖ ଫାର୍ମା କମ୍ପାନୀ ଡାକ୍ତର ରେଡ୍ଡି ଲ୍ୟାବ୍ ଏହି ଭାକସିନ୍ କିଣିବ ବୋଲି ସୂଚନା ମିଳିଛି । ଏହି ଭାକସିନର କ୍ଲିନିକାଲ ଟ୍ରାଏଲ୍ ଭାରତରେ ମଧ୍ୟ ଆରମ୍ଭ ହେବ । ଏପରିକି ଡାକ୍ତର ରେଡ୍ଡି ଲ୍ୟାବ୍ ଓ ଋଷ ମିଳିତ ଭାବେ ଏହାର ପରୀକ୍ଷଣ କରିବେ । ତେବେ ଡିଜିସିଆଇର ଅନୁମୋଦନ ପରେ ହିଁ ପରୀକ୍ଷଣ ଓ ଭାକସିନ୍ ଯୋଗାଣରୁ ମଞ୍ଜୁରୀ ମିଳିବ । ଋଷିଆନ ଡାଇରେକ୍ଟ ଇନଭେଷ୍ଟମେଣ୍ଟ ଫଣ୍ଡ ଭାକସିନ୍ ଯୋଗାଣ ନେଇ କାଜାକିସ୍ତାନ, ବ୍ରାଜିଲ୍ ଓ ମେକ୍ସିକୋ ସହ ଚୁକ୍ତି ସ୍ୱାକ୍ଷରିତ କରିସାରିଛି । ଏବେ ଭାରତ ସହ ମଧ୍ୟ ଚୁକ୍ତି ସ୍ୱାକ୍ଷରିତ ହୋଇଛି ।କରୋନା ଭାକସିନ୍ ଋଷିଆ ସର୍ବପ୍ରଥମେ ବାହାର କରିଥିବା ଦାବି କରୁଛି । ଏହି ଭାକସିନକୁ ୪୦ ହଜାର ଲୋକଙ୍କ ଉପରେ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ କରାଯାଉଛି । ଅଗଷ୍ଟ ୨୬ରୁ ଏହି ପରୀକ୍ଷଣ ଆରମ୍ଭ ହୋଇଛି । ରୁଷ୍ର ସାର୍ବଭୌମ ସମ୍ପଦ ପାଣ୍ଠି ‘ଆର୍ଡିଆଇଏଫ୍’ କହିଛି ଯେ, ଭାରତରେ ଟିକାର ନୈଦାନିକ ପରୀକ୍ଷା ଓ ବଣ୍ଟନ ନିମନ୍ତେ ‘ଡକ୍ଟର୍ ରେଡ୍ଡୀସ୍ ଲ୍ୟାବ୍’କୁ ସହଯୋଗ କରିବାକୁ ସେ ରାଜି ହୋଇଛି। ନିୟନ୍ତ୍ରକଙ୍କ ଅନୁମୋଦନ ପାଇବା ମାତ୍ରେ ହିଁ ପ୍ରକ୍ରିୟା ଆରମ୍ଭ ହେବ ବୋଲି ‘ଆର୍ଡିଆଇଏଫ୍’ କହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |