ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର,ସ୍ୱାମୀ ସ୍ତ୍ରୀ ମୃତ

ବୌଦ୍ଧ,୯/୬: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଚାରିଛକ ଫୁଲବାଣୀ ପୂର୍ତ୍ତବିଭାଗ ରାସ୍ତାର ଝାଡ଼ରଜିଙ୍ଗ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଗଛରେ କାର ପିଟି ହୋଇ ଘଟଣାସ୍ଥଳରେ ସ୍ୱାମୀ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗଞ୍ଜାମ ଜିଲ୍ଲାର ସୁରେନ୍ଦ୍ର ନାଏକ ଓ ତାଙ୍କ ପତ୍ନୀ । ସୂଚନା ଅନୁଯାୟୀ ରାଉଲକେଲାରେ ରହୁଥିବା ନିଜ ଗୁରୁତର ପିତାଙ୍କୁ ଦେଖିବା ପାଇଁ ଗତକାଲି ରାତିରେ ନିଜ ଘରୁ ଏକ କାର ଯୋଗେ ରାଉଲକେଲା ଯାଉଥବା ବେଳେ ହୋଇଥିଲା ଦୁର୍ଘଟଣା । ଘଟଣା ସ୍ଥଳରେ ହିଁ ଉଭୟ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିଲେ । ଖବର ପାଇ ଚାରିଛକ ସ୍ଥିତ ହରଭଙ୍ଗା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପୁରୁଣାକଟକ ଡାକ୍ତରଖାନାରେ ଭର୍ତି କରିଥିଲା । ପୁରୁଣାକଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହିତ ଘଟଣାସମ୍ପର୍କରେ  ତଦନ୍ତ କରୁଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: