ଢ଼େଙ୍କାନାଳ,୨୩।୧:ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା ବସ । ବସ୍ରେ ସବାର ଥିଲେ ୪୦ରୁ ଅଧିକ ଯାତ୍ରୀ ।ଢ଼େଙ୍କାନାଳ ୫୫ ନମ୍ବର ଜାତୀୟ ରାଜପଥ ସିମିନଇ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଢ଼େଙ୍କାନାଳ ସଦରଥାନା ଅନ୍ତର୍ଗତ ପଞ୍ଚୁବଟି ନିକଟରେ ବ୍ରିଜ୍ ଉପରୁ ତଳକୁ ବସ୍ଟି ଖସିପଡ଼ିଛି । ଏହି ଦୁର୍ଘଟଣାରେ ଦୁଇ ଜଣ ପ୍ରାଣ ହରାଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି ।ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଗତକାଲି ରାତିରେ ବସ୍ଟି ୫୫ନଂ ଜାତୀୟ ରାଜପଥ ସିମିନଈ ପଞ୍ଚୁବଟି ନିକଟରେ ଏକ ବ୍ରିଜ ଅତିକ୍ରମ କରୁଥିବା ବେଳେ ତଳକୁ ଖସି ପଡ଼ିଥିଲା । ବସ୍ଟି ଭାରସାମ୍ୟ ହରାଇ ବ୍ରିଜ ସାଇଟ ବାଡା ଭାଙ୍ଗି ଖସି ପଡ଼ିବାରୁ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଦୁଇ ମହିଳା । ମୃତକ ହେଲେ କେନ୍ଦ୍ରାପଡ଼ା ଇଛାପୁର ଗାଁର ରେଣୁବାଳା ଜେନା ଓ ବିଜୟଲକ୍ଷ୍ମୀ ସ୍ୱାଇଁ । ଅନ୍ୟପଟେ ସମସ୍ତ ଆହତଙ୍କୁ ପ୍ରଥମେ ଢେଙ୍କାନାଳ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |