ସୋର ୧୪।୦୩: ବାଲେଶ୍ଵର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ସୋର ତହସିଲ ନିକଟରେ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ୍ ଓଲଟି ପଡିଛି। ଜଣେ ପଥଚାରୀଙ୍କୁ ବଞ୍ଚାଇବାକୁ ଯାଇ ବସ୍ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ରବିବାର କଟକରୁ ଅଭାଣା ଆସୁଥିବା ଚୋକାଡୋଳା ନାମକ ଯାତ୍ରିବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ ସମ୍ମୁଖକୁ ଜଣେ ପଥଚାରୀ ଚାଲି ଆସିବାରୁ ତାଙ୍କୁ ବଞ୍ଚାଇବାକୁ ଯାଇ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଛନ୍ତି l ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ସୋର ଡାକ୍ତରଖାନରେ ଭର୍ତ୍ତି କରିଛି। ଘଟଣାରେ କୌଣସି ମୃତାହତର ଖବର ନାହିଁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |