ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ନିର୍ମାଣ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ

ମାଲକାନଗିରି, ୨୫/୩ : ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଜନ-୧ ର ନିର୍ବାହୀ ଯନ୍ତ୍ରୀ ଆଶିଷ ଦାସ ।  ୧୦ ଲକ୍ଷ ଟଙ୍କା ନେଇ ବ୍ୟାଙ୍କ ଯିବା ସମୟରେ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ମାଲକାନଗିରି ଅଧୀକ୍ଷଣ ଯନ୍ତ୍ରୀ ଇଂ ଆଶିଷ କୁମାର ଦାସ । ସୂଚନା ଅନୂସାରେ ଆଜି ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସ୍ଥାନୀୟ ଡିସିବି ବ୍ୟାଙ୍କରେ ଜମା କରିବାକୁ ଯାଉଥିବା ବେଳେ ଭିଜିଲାନସ ବିଭାଗ ପକ୍ଷରୁ ଚଢାଉ କରାଯାଇ ଶ୍ରୀ ଦାସଙ୍କୁ କାବୁ କରାଯାଇଛି । ତେବେ ଏତେ ଟଙ୍କା କେଉଁଠୁ ଆଣିଲେ ତାକୁ ନେଇ   ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିବା ଜଣାପଡିଛି ।ଗିରଫ ପରେ ତାଙ୍କର ଆୟ ବହିର୍ଭୂତ ସଂପତ୍ତି ଉପରେ ନଜର ରଖିଛି ଭିଜିଲାନ୍ସ ବିଭାଗ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: