ଭିଜିଲାନ୍ସ ଜାଲରେ ପିଇଓ

କଣ୍ଟାବାଞ୍ଜି ,୦୮।୦୯: ଭିଜିଲାନ୍ସ ଜାଲରେ ଚଲକି ପଞ୍ଚାୟତ ପିଇଓ । ମୁରିବାହାଲ ବ୍ଲକ ଚଲକି ପଞ୍ଚାୟତ ପିଇଓ ବିଶ୍ୱମ୍ଭର ଭୋଇଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଶ୍ୱମ୍ଭରଙ୍କ ୩ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି । ଭିଜିଲାନ୍ସ ଡିଏସପି ସଦାନନ୍ଦ ପାଣିଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି । ପଟଣାଗଡ଼ ଘର, ତାମିଆ ପୈତୃକ ଘର ସହ ମୁରିବାହାଲ କାର୍ଯ୍ୟାଳୟରେ ଭିଜିଲାନ୍ସର ୩୦ ଜଣିଆ ଟିମ୍ ଚଢ଼ାଉ କରିଛନ୍ତି । ବଲାଙ୍ଗିର ଇନ୍ସପେକ୍ଟର ସୁନିତା ବାଗେଙ୍କ ନେତୃତ୍ୱରେ ସମ୍ବଲପୁର ବରଗଡ଼ ଓ ସୋନପୁର ଭିଜିଲାନ୍ସ ବିଭାଗର କର୍ମଚାରୀ ଏହି ଚଢାଉରେ ସାମିଲ ଅଛନ୍ତି । ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଛନ୍ତି ଭିଜିଲାନ୍ସ ଅଧିକାରୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: