ଭିଜିଲାନ୍ସ ଜାଲରେ ବନ କର୍ମଚାରୀ

ଧର୍ମଗଡ ୧୩/୦୯: ଭିଜିଲାନ୍ସ ପଞ୍ଜାରେ ବନ କର୍ମଚାରୀ । କଳାହାଣ୍ଡି ଭବାନୀପାଟଣାରେ ରାତିଅଧିଆ ଭିଜିଲାନ୍ସ ରେଡ । ସଗଡା ବନବିଭାଗର ଫରେଷ୍ଟର ଯୋଗେନ୍ଦ୍ର ମାଝୀ ୨ ଲକ୍ଷ ନେଇ ନିଜ ଗାଁକୁ ଯାଉଥିଲେ ।    ଠିକ ସେହି ସମୟରେ ବନ କର୍ମଚାରୀ ଙ୍କୁ କାବୁ କରିଥିଲା ଭିଜିଲାନ୍ସ ।ଭବାନୀପାଟଣା ଇରିଗେଶନ ଛକ ଠାରେ କଳାହାଣ୍ଡି ମାଲନକାନଗିରି ଓ କୋରାପୁଟ ଭିଜିଲାନ୍ସ ଟିମ ଖବର ପାଇ ଏକାକାଳୀନ ଚଢ଼ାଉ କରିଥିଲେ । ଫଳରେ ଫରେଷ୍ଟର ମାଝୀଙ୍କ ଠାରୁ ୨ଲକ୍ଷ ଜବତ କରି ଭବାନୀପାଟଣା ଭିଜିଲାନ୍ସ ଅଫିସୃକୁ ଆଣି ପଚରା ଉଚରା ଜାରି ରଖିଛି l ପୂର୍ବରୁ  ମଧ୍ୟ ତାଙ୍କ  ନାଁ ରେ ବିଭିନ୍ନ ଅଭିଯୋଗ ଥିବା ସୂଚନା ମିଳିଛି l

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: