ଭିଜିଲାନ୍ସ ଜାଲରେ ରାୟଗଡ଼ା ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ

ରାୟଗଡା,୯ା୧: ଭିଜିଲାନ୍ସ ଜାଲରେ ରାୟଗଡ଼ା ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ କିଶୋର ଚନ୍ଦ୍ର ନାୟକ।   ରାୟଗଡାର ସରକାରୀ ମୃତ୍ତିକା ଅଧିକାରୀ କେଶୋର ଚନ୍ଦ୍ର ନାୟକଙ୍କୁ ଆଜି ରାୟଗଡା ଭିଜିଲାନ୍ସ ଗିରିଫ କରିଛି । ତେବେ ସେ ତାଙ୍କ ଗାଡିରେ ୫ ଲକ୍ଷ ୪ ହଜାର ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଏହାପରେ ତାଙ୍କ ବସଭବନରେ ମଧ୍ୟ ଚଢାଉ ହୋଇଥିଲା । ଫଳରେ ସେଠାରୁ ନଗତ ୬ଲକ୍ଷ ୩୦ ହଜାର ଟଙ୍କା ଜବତ ହୋଇଛି । ସୂଚନା ଅନୁଯାୟୀ ଗତ ୮ ତାରିଖ ରାତିରେ ରାୟଗଡ଼ା ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ କିଶୋର ଚନ୍ଦ୍ର ନାୟକଙ୍କଠାରୁ ଓଡିଶା ଭିଜିଲାନ୍ସର ଏକ ଟିମ୍ ବ୍ୟାଗରେ ଥିବା ନଗଦ ୫ ଲକ୍ଷ ୪,୫୬୦ ଟଙ୍କା ଜବତ କରିଥିଲା। ସେ ଏହି ଟଙ୍କାକୁ ନିଜ ବୁଲେଟରେ ନେଇ ଭଡ଼ାଘରକୁ ଫେରୁଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ବାଟରେ ଅଟକାଇଥିଲା। ନଗଦ ୫ ଲକ୍ଷ ୪,୫୬୦ ଟଙ୍କର କେଉଁ ସୂତ୍ରରୁ ସେ ଆୟ କରିଛନ୍ତି, ସେନେଇ ରାୟଗଡ଼ା ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ କିଶୋର ଚନ୍ଦ୍ର ନାୟକ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ।ତେବେ ଏତେ ଟଙ୍କାର ସଠିକ୍ ଉତ୍ତର ଦେଇନପରିବାରୁ ମୃତ୍ତିକା ଅଧିକାରୀ କେଶୋର ଚନ୍ଦ୍ର ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି । ଏଥିିସହିତ ଏହି ଘଟଣାର ଅଧିକ ତଦନ୍ତ ଚଳାଇଛି ଭିଜିଲାନ୍ସ |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: