ଭିଜିଲାନ୍ସ ଜାଲରେ ଲାଇଭ୍ ଷ୍ଟକ୍ ଇନ୍ସପେକ୍ଟର

ଭୁବନେଶ୍ୱର,୦୫/୦୫:ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର କଳାରାହାଙ୍ଗ ଅଞ୍ଚଳର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ଏକାସାଙ୍ଗରେ କଳାରାହାଙ୍ଗ ସ୍ଥିତ ବାସଭବନ ସମେତ ୯ଟି ସ୍ଥାନରେ ଚଢ଼ଉ ଜାରି ରହିଛି । ଏଥିରେ ୫ ଜଣ ଡିଏସପି, ୧୦ ଜଣ ଇନସପେକ୍ଟର ସାମିଲ ହୋଇ ଚଢ଼ଉ କରୁଛନ୍ତି । ଭୁବନେଶ୍ୱର ରଘୁନାଥପୁରର ରୟାଲ ଲାଗୁନ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, ରଘୁନାଥପୁରରେ ତିନି ମହଲା ବିଶିଷ୍ଟ ୨ଟି ଘର ଓ ଗୋଟିଏ ୨ ମହଲା ବିଶିଷ୍ଟ କୋଠାଘର, ରଘୁନାଥପୁର ପୋଖରୀ ନିକଟରେ ଗୋଟିଏ ୧ ମହଲା ଘର, ରଘୁନାଥପୁର ଗ୍ରୀନ ଗାର୍ଡେନ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ଭିଜିଲାନ୍ସ ଟିମ୍ ଚଢ଼ଉ ଜାରି ରଖିଛି ।ସେହିପରି କଳାରାହାଙ୍ଗ ସ୍ଥିତ ପଶୁ ଚିକିତ୍ସା କାର୍ଯ୍ୟାଳୟ, ରଘୁନାଥପୁରର ରୟାଲ ଅରକେଡର ୪୦୧ ନମ୍ବର ଫ୍ଲାଟ ଓ କଟକ ଜିଲ୍ଲା ବାଙ୍କୀର ଚାରିଘରିଆରେ ଥିବା ଗୋଟିଏ ଆଉଟ୍ ହାଉସରେ ଚଢ଼ଉ ଚାଲିଛି ତେବେ ବର୍ତ୍ତମାନ ଯାଏ ତାଙ୍କର କେତେ ସଂପତ୍ତି ରହିଛି, ତାହାର ଆକଳନ କରାଯାଇନାହିଁ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: