ଭୁବନେଶ୍ଵର ୩୧/୫ : ଲକ୍ଡାଉନ କଟକଣା ଭିତରେ ସକ୍ରିୟ ଲୁଟେରା । ଏକୁଟିଆ ଦେଖି ମହିଳାଙ୍କୁ ଛୁରୀ ମାରି ଲୁଟ କରିବାକୁ ଉଦ୍ୟମ । ଭୁବନେଶ୍ଵର ଭିଆଇପି ରୋଡ଼ରେ ଦେଖିବାକୁ ମିଳିଛି ଏପରି ଦୃଶ୍ୟ । ଯାହାର ସମ୍ପୂର୍ଣ୍ଣ ଚିତ୍ର କଏଦ ହୋଇଛି ସିସିଟିଭିରେ । ଖବର ଅନୁଯାୟୀ, ସକାଳୁ ମହିଳା ଜଣକ ପରିବା ଆଣିବା ପାଇଁ ଯାଉଥିବା ସମୟରେ ତାଙ୍କୁ ଏକ ଦୁର୍ବୁତ୍ତ ଏକୁଟିଆ ଦେଖି ଧାରୁଆ ଛୁରୀରେ ଆକ୍ରମଣ କରି ଲୁଟ କରିବା ପାଇଁ ଚେଷ୍ଟା କରିଥିଲା । ମହିଳାଙ୍କୁ ଛୁରୀ ମାରି ଲୁଟ କରିବାକୁ ଉଦ୍ୟମ କରିଥିଲେ ଦୁର୍ବୃତ୍ତ। ଯାହାଫଳରେ ମହିଳା ଜଣକ ଗୁରୁତର ଅବସ୍ଥାରେ ନୟାପଲ୍ଲୀସ୍ଥିତ ଏକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
https://t.co/zPdr3FSZCK#odiannews#Bhubaneswar
— Odian News (@odian_news) May 31, 2021
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |