ଭୁବନେଶ୍ୱରରେ କୋହଲା ପାଗ,୧୭ ଓ ୧୮ ତାରିଖରେ ରାଜ୍ୟରେ ବର୍ଷା

ଭୁବନେଶ୍ୱର, ୧୬।୩ :କଟକ ଓ ଭୁବନେଶ୍ୱର ସମେତ ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ସହ କୋହଲା ପାଗ ରହିଛି । ଓଡ଼ିଶା ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ପବନ ବେଳେ କ୍ଷୟକ୍ଷତି ନେଇ ପାଣିପାଗ କେନ୍ଦ୍ର ଆଶଙ୍କା କରିଛି । ୧୭ ଓ ୧୮ ତାରିଖରେ ରାଜ୍ୟରେ ବର୍ଷାର ପ୍ରଭାବ ସର୍ବାଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି। କୋହଲା ପାଗ ଯୋଗୁ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୨୮ ଡିଗ୍ରୀ ରହିଥିବା ବେଳେ କଟକରେ ୨୮.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ତେବେ ଅନ୍ୟାନ୍ୟ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରୀ ଉପରେ ରହିଥିବା ଜଣାପଡ଼ିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: