ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ, ବିମାନବନ୍ଦରରେ କରାଯାଉଛି ବାତ୍ୟା ସମୀକ୍ଷା ବୈଠକ

ଭୁବନେଶ୍ୱର୨୮/୫ : ବାତ୍ୟା ୟାସ କ୍ଷୟକ୍ଷତିର ସମୀକ୍ଷା ପାଇଁ ଆଜି ଓଡିଶା ଓ ପଶ୍ଚମିବଙ୍ଗ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚି ସାରିଛନ୍ତି। ବାତ୍ୟା କ୍ଷତି ନେଇ ଭୁବନେଶ୍ୱର ବିମାନବନ୍ଦରରେ ସମୀକ୍ଷା ବୈଠକ କରାଯାଉଛି। ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିଛନ୍ତି।ଏହାସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ,୨ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ , ପୁଲିସ ଡିଜି ଉପସ୍ଥିତ ରହିଛନ୍ତି। ମୁଖ୍ୟ ସଚିବ, ସ୍ୱତନ୍ତ୍ର ରିଲିଫ କମିସନର, ୫ଟି ସଚିବ ,ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିଛନ୍ତି। ଦୀର୍ଘ ୧ ଘଣ୍ଟା ଧରି ବୈଠକ ଚାଲିବ।ବୈଠକ ପରେ ଏରିଏଲ ସର୍ଭେରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ। ବାଲେଶ୍ୱର ଓ ଭଦ୍ରକ ପ୍ରଭାବିତ ଅଞ୍ଚଳକୁ ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ଅନୁଧ୍ୟାନ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: