ଦଶପଲ୍ଲା, ୧୫/୦୪ : ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ଭୂମିକମ୍ପ ଅନୁଭୂତ ହୋଇଛି। ସହର ଓ ଆଖପାଖ ଅଞ୍ଚଳରେ ଭୂମିକମ୍ପ ଝଟ୍କା ଲାଗିଛି। ତେବେ ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକମାନେ ଭୟଭୀତ ହୋଇପଡ଼ିଥିଲେ। ଭୂମିକମ୍ପ ହେବା ପରେ ଲୋକମାନେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ। ତେବେ ଭୂକମ୍ପର ତୀବ୍ରତା ଖବର ଲେଖାଯିବା ସୁଦ୍ଧା ଜଣାପଡ଼ି ନାହିଁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |