ମନ୍ତ୍ରୀଙ୍କ ଦ୍ୱାରା ଶହେ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ପାଇଁ ଭିତି ପ୍ରସ୍ତର ସ୍ଥାପନ

ମୁନିଗୁଡା,୬/୬( ନନ୍ଦ କିଶୋର ପଟ୍ଟନାୟକ):ରାୟଗଡା ଜିଲ୍ଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଝାମରାଗୁଡା ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଏକ ଶହେ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ପାଇଁ ଭିତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥିଭାବେ ମାନ୍ୟବର ମନ୍ତ୍ରୀ ଅନୁସୂଚିତ ଜାତି ଓ ଜନଜାତି ଉର୍ଣ୍ଣୟନ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଓଡିଶା ସରକାର ଜଗନ୍ନାଥ ସାରକାଙ୍କ କରକୋମଳରେ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ପୂର୍ତ୍ତ ବିଭାଗ ଅନୁଦାନରେ ଏକ ଶହେ ଶଯ୍ୟା ବିଶିଷ୍ଟ ନୂତନ ଛାତ୍ରୀ ନିବାସ ନିର୍ମାଣ କାର୍ଯ୍ୟର ଶୁଭ ଭିତି ପ୍ରସ୍ତର ସ୍ଥାପନ କରିଥିଲେ l ଏହି ଅବସରରେ ରୀତିନୀତି ଅନୁସାରେ ବିଭିନ୍ନ ପୂଜାପାଠ ସହ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟ ଉପଦେଷ୍ଟା ସୁଧୀର କୁମାର ଦାସ,ମୁନିଗୁଡା ବିଜେଡି ବ୍ଲକ ସଭାପତି ରତନ ଲାଲ ଜୈନ,ବିଜେଡି ଜିଲ୍ଲା ସମ୍ପାଦକ ପୂର୍ଣଚନ୍ଦ୍ର ଗୌଡ଼,ମୁନିଗୁଡା ବ୍ଲକ ସଂଗଠକ ବୃନ୍ଦାବନ ପାଢ଼ୀ,ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଶକୁନ୍ତଳା ନୁଣ୍ଡରୁକା ପ୍ରମୁଖ ଉପସ୍ଥିତ ଥିଲେ l ଉକ୍ତ କାର୍ଯ୍ୟକ୍ରମକୁ ମୁନିଗୁଡା ବ୍ଲକ ବିଜେଡି ଯୁବ ସଭାପତି ସିମାଞ୍ଚଳ ଦାସ,ଜିଲ୍ଲା ବିଜେଡି ଛାତ୍ର ସମ୍ପାଦକ ଅଶ୍ୱିନୀ ବେହେରା, ଉପସଭାପତି ଘନଶ୍ୟାମ ମାର୍ଥା ପ୍ରମୁଖଙ୍କ ସମେତ ଅନ୍ୟ ଦଳୀୟ ନେତା ଓ କର୍ମୀ ମାନେ ଉପସ୍ଥିତ ରହି ପରିଚାଳନା ଓ ସହଯୋଗ କରିଥିଲେ l

WhatsApp Image 2021 06 06 at 1.48.15 PM

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: