ମହାତ୍ମାଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ବର ,୨୬।୧: ଆଜି ସାରା ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ। ଏହି ଉପଲକ୍ଷେ ଗୁରୁବାର ଦିବସ ମହାତ୍ମାଗାନ୍ଧୀ ମାର୍ଗରେ ୭୪ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର   ସମାରୋହ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ୮.୩୦ ମିନିଟ୍ରେ ମୁଖ୍ୟ ଅତିଥି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ରାଜ୍ୟ ପୁଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଙ୍ଗୀତ ବାଦନ ପରେ ସୀମା ସୁରକ୍ଷା ବାହିନୀ, କେନ୍ଦ୍ରୀୟ ରିଜର୍ଭ ପୁଲିସ, ଏସ୍ଏସ୍ ବାଟାଲିୟନ୍, ଏସ୍.ଓ.ଜି, ଅଗ୍ନିଶମ ବାହିନୀ, ଓଡ଼ିଶା ବିପର୍ଯ୍ୟୟ ତ୍ୱରିତ କାର୍ଯ୍ୟନିର୍ବାହୀ ଦଳ ଓ ପୁଲିସ୍ ବ୍ୟାଣ୍ଡ ପ୍ରଭୃତି ଦଳଙ୍କ ମିଳିତ ପରେଡରେ ରାଜ୍ୟପାଳ ଅଭିବାଦନ ଗ୍ରହଣ କରିଥିଲେ। ଏଥର ପରେଡର ନେତୃତ୍ୱ ନେବେ କେସିଙ୍ଗାର ଏସ୍‌ଡିପିଓ ୟସ ପ୍ରତାପ ଶ୍ରୀମାଲ। ଚଳିତ ବର୍ଷ ପ୍ରଥମ ଥର ପାଇଁ ଆନ୍ଧ୍ର ପୁଲିସର ଏକ ଟ୍ରୁପ ପରେଡରେ ସାମିଲ ହୋଇଛି। ଓଡିଶା ସରକାରଙ୍କର ପ୍ରମୁଖ ବିଭାଗର ୮ଟି ପ୍ରଜ୍ଞାପନ ମେଢ ଓ ସ୍କେଟିଂ ଏକାଡେମୀ ପକ୍ଷରୁ ସ୍କେଟିଂ କରାଯାଇଛି।ଗଣତନ୍ତ୍ର ଦିବସରେ ଏଥର ଦେଖିବାକୁ ମିଳିବ ଦେଶପ୍ରେମ ଭାବନା ସହ ହକି ଇଣ୍ଡିଆର ଝଲକ । ଏହା ସହ ସଧାରଣତନ୍ତ୍ର ଦିବସ ଉପଲକ୍ଷେ ଏଥର ସ୍ୱତନ୍ତ୍ର ପେରେଡ଼ ସହ ବିଭିନ୍ନ ମନରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ର ବ୍ୟବସ୍ଥା ମଧ୍ୟ ରହିଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯିବାର ବ୍ୟବସ୍ଥା କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: