ମହାପ୍ରଭୁଙ୍କୁ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ

ପୁରୀ,୨୯/୦୩ : ଶ୍ରୀମନ୍ଦିର ମହାପ୍ରଭୁଙ୍କୁ ଦର୍ଶନ କଲେ ଆନ୍ଧ୍ରାପ୍ରଦେଶ ରାଜ୍ୟପାଳ। ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ସୋମବାର ରାତି ୯ଟା ବେଳେ ପୁରୀ ଗସ୍ତରେ ଆସିଥିଲେ । ସ୍ୱତନ୍ତ୍ର ସର୍କିଟ ହାଉସ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ଏହା ପରେ ସେ ଶ୍ରୀମନ୍ଦିର ଦର୍ଶନକୁ ଆସିଥିଲେ ।   ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ସମେତ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ଶ୍ରୀମନ୍ଦିର ଦର୍ଶନକୁ ସଂଯୋଜନା କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: