ପୁରୀ,୩/୩ : ଆଜି ଫାଲ୍ଗୁନ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ବନକଲାଗି ନୀତି ପାଇଁ ୪ ଘଣ୍ଟା ଅର୍ଥାତ ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ‘ବନକଲାଗି’ ବା ଶ୍ରୀମୁଖ ସିଂହାର ନୀତି ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଆରମ୍ଭ କରିବେ। ବନକ ଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଦ୍ଦଣ୍ଟ ଚୂଡାନ୍ତ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |