ମୁମ୍ବାଇ,୩୦।୬ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ଏକନାଥ ସିନ୍ଦେ । ରାଜ୍ୟପାଳ ଭଗତ ସିଂହ କୋଶ୍ୟାରୀ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତାଙ୍କ ସହ ଦେବେନ୍ଦ୍ର ଫଡ଼ନବିସ ମଧ୍ୟ ଉପ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ଏକାନାଥ ସିନ୍ଦେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି । ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଛନ୍ତି। ସିନ୍ଦେ ମରାଠୀରେ ଶପଥ ନେଇଛନ୍ତି। ସେହିପରି ଦେବେନ୍ଦ୍ର ଫଡନବିସ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଏହା ପୂର୍ବରୁ ଦେବେନ୍ଦ୍ର ଫଡନବିସ ଘୋଷଣା କରି ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ହେବେ ବୋଲି କହିଥିଲେ। ଏହାସହ ସେ ନିଜେ ସରକାର ବାହାରେ ରହିବେ ବୋଲି ମଧ୍ୟ ଘୋଷଣା କରିଥିଲେ । କିନ୍ତୁ ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନିଜେ ଟ୍ୱିଟ୍ କରି ଦେବେନ୍ଦ୍ର ଫଡନବିସ ଉପ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଦଳ ଚାହୁଁଥିବା କହିଥିଲେ। ପାଞ୍ଚ ବର୍ଷ ଯାଏଁ ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଥିବା ଦେବେନ୍ଦ୍ର ଫଡନବିସ ଉପ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି। ଅନ୍ୟପଟେ ସିନ୍ଦେଙ୍କ ସମର୍ଥକ ମଧ୍ୟ ନାରାବାଜି କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |