ଭୁବନେଶ୍ୱର ୦୫/୦୮: ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ ଘଟଣାରେ ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । କଟକ ଓଡ଼ିଆ ବଜାର ସ୍ଥିତ ବାସଭବନରୁ ଚର୍ଚ୍ଚିତଙ୍କୁ ଗିରଫ କରାଯାଇଛି । ତେବେ ଗତକାଲି ମହିମାଙ୍କ ପୁଅଙ୍କୁ ଜେରା କରିଥିଲା ସିବିଆଇ । ଏହି ମାମଲାରେ ମୋଟ ୫ ଜଣଙ୍କୁ ଗିରଫ କଲାଣି ସିବିଆଇ । ପୂର୍ବରୁ ଜଣେ ବରିଷ୍ଠ ଅଧିକାରୀଙ୍କ ସମେତ ୪ ଜଣଙ୍କୁ ଗିରଫ କରି ସାରିଛି ସିବିଆଇ । ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଞ୍ଜିନିୟର ସରୋଜ ଦାସଙ୍କୁ ଗିରଫ କରାଯାଇଛି । ଏହା ସହ ଠିକାଦାର ସୁମନ୍ତ ରାଉତଙ୍କୁ ମଧ୍ୟ ସିବିଆଇ ଗିରଫ କରିଛି । କେସିଟି ଗ୍ରୁପ ପୋର୍ଟ ଅପରେସନ ମ୍ୟାନେଜର ଶଂଖଶୁଭ୍ର ମିତ୍ର ଗିରଫ ହୋଇଛନ୍ତି । ଓଏସଏଲ ଅପରେସନ ଡିଜିଏମ ସୂର୍ଯ୍ୟ ନାରାୟଣ ସାହୁ ମଧ୍ୟ ଗିରଫ ହୋଇଛନ୍ତି । ତେବେ ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ମାମଲାରେ ଗିରଫ ହୋଇଥିବା ଜଣାପଡିଛି । ୨୪ ଘଣ୍ଟାର ମାରାଥନ୍ ରେଡ୍ ପରେ ଏପରି କାର୍ଯ୍ୟାନୁଷ୍ଠାନ ନେଇଛି ସିବିଆଇ । ଅନ୍ୟପଟେ ଏବେ ବି ମହିମା ମିଶ୍ରଙ୍କୁ ପଚରାଉଚରା ଜାରି ରହିଛି । ଆଜି ସକାଳେ ଭୁବନେଶ୍ୱର ସ୍ଥିତ ସିବିଆଇ ଅଫିସରେ ମହିମା ମିଶ୍ର ହାଜର ହୋଇଥିବା ନେଇ ସୂଚନା ମିଳିଛି । ସେହି ସମୟରେ ଆଇନ ଉପରେ ମୋର ଶତ ପ୍ରତିଶତ ଭରସା ଅଛି ବୋଲି କହିଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |