ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା ହେବ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର ,୨୪।୦୧: କୋଭିଡ୍ ପାଇଁ ରାଜ୍ୟରେ ସମସ୍ତ ସ୍କୁଲରେ ବନ୍ଦ ରହିଛି । ତେବେ ଏଭଳି ସ୍ଥିତିରେ ଛାତ୍ରଛାତ୍ରୀଙ୍କର ପାଠପଢ଼ା ସମ୍ପୂର୍ଣ୍ଣ ଭାବେ ବ୍ୟାହତ ହୋଇଛନ୍ତି । ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିଜର ପ୍ରତିକ୍ରିୟା ଦେଇଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିବାରୁ ପରୀକ୍ଷା ଘୁଞ୍ଚାଇବାର ଆବଶ୍ୟକତା ପଡ଼ି ନପାରେ। ଆଜି ସାମ୍ବାଦିକମାନଙ୍କୁ ଏଭଳି ସୂଚନା ଦେଇଛନ୍ତି  ଗଣଶିକ୍ଷା ମନ୍ତ୍ରୀ  । ସେ କହିଛନ୍ତି, ଗତ କିଛି ଦିନର ସ୍ଥିତିକୁ ଲକ୍ଷ୍ୟ କଲେ, ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେଉଛି।ଏଣୁ ଦଶମ ଓ ଦ୍ୱାଦଶ ପରୀକ୍ଷା କରିବାକୁ ଆମେ ଚହୁଁଛୁ।ସଠିକ ସମୟରେ ପରୀକ୍ଷା କରାଇବା ଓ ରେଜଲ୍ଟ ବାହାର କରିବା ନେଇ ବିଭାଗ ଆଶାବାଦୀ ଅଛି। ମାଟ୍ରିକର ସମ୍ମେଟିଭ୍ ଆସେସ୍‌ମେଣ୍ଟ (ଏସ୍‌ଏ-୧) ପରୀକ୍ଷା ଶେଷ ହେଇଛି । ବିଶେଷ ପରିସ୍ଥିତିରେ ହୁଏତ ଏହି ନିଷ୍ପତ୍ତି ବଦଳିପାରେ। କିନ୍ତୁ ଆଜିର ସ୍ଥିତି ଦେଖିଲେ ପରୀକ୍ଷା ହେବାର ସମ୍ଭାବନା ଯଥେଷ୍ଟ ରହିଛି। ଏଣୁ ଛାତ୍ରଛାତ୍ରୀମାନେ ପରୀକ୍ଷା ଲାଗି ପ୍ରସ୍ତୁତ ରହିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: