ମାନସ ମାମଲା :ଶର୍ମିଷ୍ଠାଙ୍କୁ ଭଦ୍ରକ ନଳାଙ୍ଗରୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର ୨୮/୦୩ : ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା । ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ  ଶର୍ମିଷ୍ଠା  ରାଉତଙ୍କୁ ଗିରଫ କରାଯାଇଛି । ଶର୍ମିଷ୍ଠାଙ୍କ ସହ ତାଙ୍କ ସହଯୋଗୀ ଝୁନା ଭୋଇ ବି ଗିରଫ ହୋଇଛନ୍ତି । ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚ ମିଳିତ ଉଦ୍ୟମରେ ଉଭୟଙ୍କୁ ଗିରଫ କରାଯାଇଛି ।   ଉଭୟଙ୍କୁ ଆଜି ଚାନ୍ଦବାଲି ଜେଏମଏଫସି କୋର୍ଟରେ ହାଜର କରାଯିବ ବୋଲି ସୂଚନା ମିଳିଛି । ତେବେ ଶର୍ମିଷ୍ଠାଙ୍କ ଗିରଫ ପରେ ମାନସ ହତ୍ୟା ପଛର ଗୁମର ଖୋଲିବ ବୋଲି ଆଶା କରାଯାଉଛି ।   ଏହାସହ ଦୁଇଜଣଙ୍କୁ ୧୦ ଦିନ ରିମାଣ୍ଡରେ ନେବାକୁ ଯୋଜନା କରିଛି କ୍ରାଇମବ୍ରାଞ୍ଚ । ଅନୁଯାୟୀ, ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର ଏବେ କ୍ରାଇମ୍‌ବ୍ରାଞ୍ଚ ପାଖରେ । ହତ୍ୟା ମାମଲାର ଟିକିନିଖି ଯାଞ୍ଚ କରୁଛି କ୍ରାଇମ୍‌ବ୍ରାଞ୍ଚ । ଏହିକ୍ରମରେ ରବିବାର ଦିନ୍‌ କ୍ରାଇମ୍‌ବ୍ରାଞ୍ଚ ଏକ ଟିମ୍‌ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲା । କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କୁ କେମିତି ହତ୍ୟା କରାଯାଇଥିଲା । ମୃତଦେହକୁ କିଭଳି କାର ପର୍ଯ୍ୟନ୍ତ ନେଇଥିଲେ ହତ୍ୟାକାରୀ । ଯେଉଁ ରୁମରେ ମାନସଙ୍କୁ ମାଡ ମରାଯାଇଥିଲା ଏବଂ ହତ୍ୟା କରାଯାଇଥିଲା ସେଠାରେ ଛାନଭିନ୍ କରିଛି ତଦନ୍ତକାରୀ ଟିମ୍ । ମାନସ ମୃତଦେହକୁ କାର୍ ପର୍ଯ୍ୟନ୍ତ କେମିତି ନେଇଥିଲେ ଶର୍ମିଷ୍ଠା ଏବଂ କୋ । ସେଠାରୁ କେଉଁ ରାସ୍ତା ଦେଇ ରଣପୁର ଜଙ୍ଗଲ ନେଇଥିଲେ ଏବଂ ପୋତିଥିଲେ ତାର ମଧ୍ୟ ଥ୍ରିଡି ଫୋରେନସିକ୍ ଯାଞ୍ଚ କରିଛି କ୍ରାଇମବ୍ରାଞ୍ଚ । ତେବେ ଏହି ଯାଞ୍ଚ ସମୟରେ କ୍ରାଇମ୍‌ବ୍ରାଞ୍ଚ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିବା ଅନୁମାନ କରାଯାଉଛି । ଏହାପରେ ତୁରନ୍ତ ପଦକ୍ଷେପ ନେଇ କ୍ରାଇମ୍‌ବ୍ରାଞ୍ଚ ଉକ୍ତ ଦୟାଲ ଆଶ୍ରମକୁ ସିଲ୍‌ କରିଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: