ମୁମ୍ବାଇ,୧୧।୦୩: କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ନାଗପୁରରେ ସପ୍ତାହକ ପାଇଁ ଲକ୍ଡାଉନ୍ ଘୋଷଣା ହୋଇଛି। ମାର୍ଚ୍ଚ ୧୫ରୁ ୨୧ ଯାଏ ପୂରା ନାଗପୁରରେ ଲକ୍ଡାଉନ୍କୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଲକ୍ଡାଉନ୍ ସମୟରେ ଜରୁରୀ ସେବା ଓ ସାମଗ୍ରୀ ଦୋକାନ ବ୍ୟତୀତ ଅନ୍ୟ ସବୁ ବନ୍ଦ ରହିବ। ପରିବା ଦୋକାନ, ଫଳ ଓ କ୍ଷୀର ବୁଥ୍ ଲକ୍ଡାଉନ୍ ସମୟରେ ଖୋଲା ରହିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ବିନା କାରଣରେ ଲୋକଙ୍କୁ ଘର ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଏହାସହ ଲକ୍ଡାଉନ୍ କଟକଣା ପାଳନ କରିବାକୁ କୁହାଯାଇଛି। ନାଗପୁର ପୋଲିସ୍ କମିଶନରେଟ୍ ଅଧୀନରେ ଆସୁଥିବା ସବୁ ସ୍ଥାନରେ ଲକ୍ଡାଉନ୍ ଲାଗୁ କରାଯିବ। ଗୁରୁବାର ଦିନ ନାଗପୁରରୁ ୧,୭୧୦ ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ପୂର୍ବରୁ ନାଗପୁରରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |