ମାଲକାନଗିରି, ୨/୧୦(ଶ୍ରୀନିବାସ ପଣ୍ଡା) :- ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ଆଜି ମାଲକାନଗିରି ଜିଲ୍ଲା ପ୍ରଶାସନ ତରଫରୁ ପୁରୁଣା ଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ନିରାଡ଼ମ୍ବର ଭାବରେ ପାଳନ କରାଯିବା ଦେଖାଯାଇଛି। କରୋନାର ତୃତୀୟ ଲହର ଭୟ ଯୋଗୁ ପୂର୍ବ ବର୍ଷ ମାନଙ୍କ ପରି ଏବର୍ଷ ଆଡମ୍ବର ନାହିଁ। ପରିସରରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ପରେ, ଆଜିର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଶାଳ ସିଂ ଙ୍କ ସହ ଅତିରିକ୍ତ ଜିଲ୍ଲାପାଳ ବିରସେନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ମାନସ ଜେନା, ଜିଲ୍ଲା ସୂଚନା ଏବଂ ଲୋକ ସମ୍ପର୍କ ଅଧିକାରୀ ଜୋଛନାମୟୀ ଆଚାର୍ଯ୍ୟ ପ୍ରମୁଖ ମହାତ୍ମା ଗାନ୍ଧୀଙ୍କ ବିଷୟରେ ସମ୍ୟକ ଆଲୋକପାତ କରିବା ପରେ ଜିଲାପାଳ ଜିଲ୍ଲାର ବିଭିନ୍ନ ସ୍କୁଲରୁ ଆସିଥିବା କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |