ମାଲ ବାହି ଟ୍ରେନ ଲାଇନଚ୍ୟୁତ, ଗୋଟିଏ ପରିବାରର ୪ଜଣଙ୍କ ମୃତ:ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଯାଜପୁର,୨୧/୧୧:ଯାଜପୁର କୋରେଇ ରେଳ ଷ୍ଟେସନରେ ଦୁର୍ଘଟଣା । ଲାଇନ ଚ୍ୟୁତ ହୋଇ ଷ୍ଟେସନ ଉପରକୁ ମାଡ଼ିଗଲା ମାଲବାହି ଟ୍ରେନର ବଗି । ଭଦ୍ରକ ପଟୁ କଟକ ଅଭିମୁଖେ ଯିବା ସମୟରେ କୋରେଇ ରେଳ ଷ୍ଟେସନ ନିକଟରେ ଘଟିଛି ଦୁର୍ଘଟଣା ।  ଯାଜପୁର ଜିଲ୍ଲାର କୋରେଇରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଛି। ଏଠାରେ ଏକ ମାଲ୍ ଗାଡି ଲାଇନଚ୍ଯୁତ ହୋଇ ପ୍ଲାଟଫର୍ମକୁ ମାଡ଼ିଯାଇଛି। ଏହାଫଳରେ ପ୍ଲାଟଫର୍ମରେ ଥିବା  ୪ ଜଣ ଯାତ୍ରୀଙ୍କର ମୃତ୍ଯୁ ହୋଇଥିବା ଜଣାଯାଇଛି। ଏମାନେ ସମସ୍ତେ ଗୋଟିଏ ପରିବାରର ବୋଲି ଜଣାଯାଇଛି।ମୃତକମାନଙ୍କ ମଧ୍ୟରେ ଜଣେ ଶିଶୁ, ଜଣେ ମହିଳା ଓ ଦୁଇ ପୁରୁଷ ଥିବା ସୂଚନା ଅଛି। ଏମାନେ ବାଲେଶ୍ବର-ଭୁବନେଶ୍ବର ଡିଏମୟୁ ଟ୍ରେନରେ ଭୁବନେଶ୍ବରକୁ ଆସିବାକୁ  ପ୍ଲାଟଫର୍ମରେ ଅପେକ୍ଷା କରିଥିଲେ। ଏକାଧିକ ବଗି ରେଳ ଲାଇନରୁ ବାହାର ହୋଇଛି। ଯେଉଁଥି ପାଇଁ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।ଖବର ପାଇ ଘଟଣା ସ୍ଥଳରେ ଅଗ୍ନୀଶମ ବାହିନି ପହଞ୍ଚି ତଦନ୍ତ ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ବଗି ତଳେ ଚାପି ହୋଇଯାଇଛନ୍ତି ଲୋକ।ମାଲବାହୀ ଟ୍ରେନ ଲାଇନଚ୍ୟୁତ ଖବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି । ଏଥିସହିତ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସେ ସମବେଦନା ଜଣାଇବା ସହ, ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଅନ୍ୟପକ୍ଷେ ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା ଜଣା ପଡିଛି । ପୁର୍ବରୁ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତ ମାନ ଆଉଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବିଡିଓ ସୂଚନା ଦେଇଛନ୍ତି । ଫଳରେ ଏହି ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି ପାଇଛି ।ଏତତ୍ ବ୍ୟତୀତ ୭ ଜଣ ଆହତଙ୍କୁ ମଧ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: