କଟକ,୨୧/୪: ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି କଟକ ଗସ୍ତ କରିଛନ୍ତି । କଟକର ଚଣ୍ଡି ମନ୍ଦିରକୁ ଗସ୍ତ କରିବା ସହ ମନ୍ଦିରର ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରିଥିବା ଜଣାପଡ଼ିଛି । ସୂଚନା ମୁତାବକ ଆଜି ସକାଳୁ ୫-ଟି ସଚିବ ଭି-କେ ପାଣ୍ଡିଆନ୍ କଟକ ଗସ୍ତ କରିଥିଲେ । ସେଠାରେ ମା’ କଟକଚଣ୍ଡୀଙ୍କ ଦର୍ଶନ କରିଥିଲେ । ଦର୍ଶନ ସାରିବା ପରେ ମନ୍ଦିରର ମୁଖ୍ୟ ପୁଜାରୀଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତାଙ୍କ ସହ ମନ୍ଦିରର ବଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରିଥିବା ସୂଚନା ମିଳିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |