ମିଶରର ଏକ ଚର୍ଚ୍ଚରେ ଅଗ୍ନିକାଣ୍ଡ, ୪୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୪/୦୮: ମିଶରର ଏକ ଚର୍ଚ୍ଚରେ   ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ପ୍ରାୟ ୪୧ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମିଶରର କାପ୍ଟିକ ଚର୍ଚ୍ଚର କହିବା ଅନୁସାରେ, କାହିରାର ଏକ ଚର୍ଚ୍ଚରେ ନିଆଁ ଲାଗିବା ପରେ ଅତି କମରେ ୪୧ ଜଣଙ୍କ ମୃତ୍ୟୁ ହୋଇଛି ଏହାସହ ଅନ୍ୟ ୧୪ ଜଣ ଆହତ ହୋଇଛନ୍ତି ।ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇପାରି ନଥିବା ବେଳେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ପୋଲିସ ପ୍ରାରମ୍ଭିକ ତଦନ୍ତ ପରେ ସୂଚନା ଦେଇଛି । ପୋଲିସ ବୟାନ ଅନୁସାରେ, ରବିବାର ଏଠାରେ ସଭା ଚାଲିଥିବା ସମୟରେ ନିଆଁ ଲାଗିଥିଲା ଏବଂ କେହି କିଛି ବୁଝିବା ଆଗରୁ ଏତେ ବଡ଼ ଦୁର୍ଘଟଣା ଘଟିଯାଇଥିଲା । ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀର ୧୫ଟି ଗାଡି ନିୟୋଜିତ କରାଯାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: