ଭୁବନେଶ୍ୱର ,୨୭।୦୩ :ପଞ୍ଚାୟତ ଏବଂ ପୌର ନିର୍ବାଚନରେ ଚମତ୍କାର ସଫଳତା ପାଇଁ ବରିଷ୍ଠ ଆଇଏଏସ୍, ଆଇପିଏସ୍ ଅଧିକାରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ମଧ୍ୟ ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇବା ସହ ରାଜ୍ୟର ବିକାଶ ତଥା ପ୍ରଗତି ପାଇଁ ଅଧିକ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ କହିଛନ୍ତି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ ଜେନା ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ପୋଲିସ ଡିଜି ସୁନୀଲ କୁମାର ବନସଲ, ଏଡିଜି ଶ୍ରୀ ଲଲିତ ଦାସ, ଏଡିଜି ଆରକେ ଶର୍ମା, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ପ୍ରଗତି ପାଇଁ ଅଧିକ ପ୍ରତିବଦ୍ଧତା ଜରୁରୀ। ରାଜ୍ୟର ବରିଷ୍ଠ ଅଧିକାରୀ ଏବଂ ବିଭିନ୍ନ କର୍ମଚାରୀ ସଂଘ କର୍ମକର୍ତ୍ତାଙ୍କୁ ଏହି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ବିକାଶ, ପ୍ରଗତି ପାଇଁ ଦୃଢ଼ତାର ସହ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |