ଭୁବନେଶ୍ୱର ୨୫।୦୯: ସାମ୍ବାଦିକ ଅରିନ୍ଦମ ଦାଶଙ୍କ ପରିବାରକୁ ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ମୃତ ଅରିନ୍ଦମଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ସହାୟତା ରାଶି ଘୋଷଣା କରାଯାଇଛି । ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |