ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ 

ଲକ୍ଷ୍ନୌ,୨୫/୦୩ :   ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଯୋଗୀ ଆଦିତ୍ୟନାଥ  । ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଅନୁଷ୍ଠିତ ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ଅନେକ କେନ୍ଦ୍ର ମନ୍ତ୍ରୀ ଉପସ୍ଥିତ ଥିଲେ।  ଶପଥ ଗ୍ରହଣ ସମାରୋହରେ ବିଜେପିର ମୁଖ୍ୟମନ୍ତ୍ରୀ ରାଜ୍ୟ ତଥା ଦଳର ନେତାମାନେ ମଧ୍ୟ ଯୋଗ ଦେଇଥିଲେ। ରାଜ୍ୟପାଳ ଆନନ୍ଦିବନ୍ ପଟେଲ ଯୋଗୀଙ୍କୁ ଶପଥ ଗ୍ରହଣ କରାଇଥିଲେ – ଏହି ସମୟରେ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ୍ ଷ୍ଟାଡିୟମରେ ୫୦,୦୦୦ ରୁ ଅଧିକ ଲୋକ ଉପସ୍ଥିତ ଥିଲେ। ଇକନା ଷ୍ଟାଡିୟମଠାରେ ଅନୁଷ୍ଠିତ ଏକ ସମାରୋହରେ ରାଜ୍ୟପାଳ ଆନନ୍ଦିବେନ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଛନ୍ତି । ଏହା ସହିତ ମୋଟ ୫୨ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ଏମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଗମନ ପରେ ଜାତୀୟ ସଂଗୀତରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।  ଗୁରୁବାର ଲକ୍ଷ୍ନୌରେ ବିଜେପି ବିଧାୟକ ଦଳର ବୈଠକ ବସିଥିଲା। ସେଥିରେ ବିଜେପିର ନବନିର୍ବାଚିତ ବିଧାୟକ ଓ ବିଧାନ ପରିଷଦର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ। ଏହି ବୈଠକରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ, ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ, ରାଧାମୋହନ ସିଂହ, କେଶବ ପ୍ରସାଦ ମୌର୍ଯ୍ୟ, ଦିନେଶ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ । ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହେବା ପରେ ଆଦିତ୍ୟନାଥ ରାଜଭବନ ଯାଇ ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କୁ ଭେଟି ସରକାର ଗଠନ ଲାଗି ଦାବି ଜଣାଇଥିଲେ। ଆଜି ଆଜି ଉତ୍ତରପ୍ରଦେଶରେ ଲଗାତାର ଦ୍ୱିତୀୟଥର ପାଇଁ ଯୋଗୀ ଆଦିତ୍ୟ ନାଥ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: