ଭୁବନେଶ୍ୱର ୨୦।୦୯: ଭୁବନେଶ୍ୱର ଗଣ୍ଡମୁଣ୍ଡା ସୌଭାଗ୍ୟନଗରର ନାଳଭିତରେ ଗତକାଲି ଭାସିଯାଇଥିବା ଦଶମ ଛାତ୍ରର ମୃତଦେହ ଆଜି ଉଦ୍ଧାର ହୋଇଛି । ସୋମବାର ଦିନ ସକାଳ ସମୟରେ ଭୁବନେଶ୍ୱର ପଞ୍ଚସଖା ନଗର ନିକଟ ନାଳରୁ ଜ୍ୟୋତିପ୍ରକାଶଙ୍କ ମୃତଦେହ ଠାବ କରାଯାଇଥିଲା । ଦୀର୍ଘ ୧୯ ଘଣ୍ଟାର ଅପରେସନ ପରେ ଜ୍ୟୋତିଙ୍କ ମୃତଦେହ ଠାବ କରିଥିଲା ପୋଲିସ ।ଉଦ୍ଧାର ହେବା ପରେ ଛାତ୍ରଙ୍କ ମୃତଦେହକୁ ଚିହ୍ନଟ କରାଯାଇଛି । ତେବେ ମୃତ ଛାତ୍ରଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୃତ ଜ୍ୟୋତିପ୍ରକାଶଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ସହାୟତା ରାଶି ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଘୋଷଣା କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |