ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ୧୨ ଘଣ୍ଟିଆ ତାଳଚେର ବନ୍ଦ

ଅନୁଗୁଳ ,୦୪।୦୭: ଆଜି ୧୨ ଘଣ୍ଟିଆ ତାଳଚେର ବନ୍ଦ ।  ତାଳଚେର ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇସେନ୍ସ ଆଣ୍ଡ ରିସର୍ଚ୍ଚ(ମିମସାର) ଓ ଡାକ୍ତରଖାନା ଖୋଲିବା ଦାବିରେ ଆଜି ତାଳଚେରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଏନେଇ ତାଳଚେର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଘୋଷଣା କରାଯାଇଥିଲା। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ ପାଳନ କରାଯାଉଛି। ବିଶିଷ୍ଟ ନାଗରିକ ଭୂପେନ ଥମ୍ବ, ପୂର୍ଣ୍ଣଚନ୍ଦ୍ର ସାହୁ, ଦାଶରଥୀ ସାହୁ ଓ ପଦ୍ମ ଚରଣ ସାମଲ ପ୍ରମୁଖଙ୍କ ନେତୃତ୍ବରେ ତାଳଚେରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି|ଏହାସହ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ।  ତାଳଚେର ମେଡିକାଲ କଲେଜକୁ ସରକାର ତୁରନ୍ତ ଚଳାଇବାର ତାରିଖ ଘୋଷଣା ଦାବିରେ ଏହି ଆନ୍ଦୋଳନକୁ ଓହ୍ଲାଇଛି ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ।ଫଳରେ ତାଳଚେରରୁ ରେଳ ଏବଂ ଟ୍ରକ୍ ଯୋଗେ ବାହାରକୁ କୋଇଲା ପରିବହନ ବନ୍ଦ ରହିଛି। ଏମସିଏଲ୍‌ର ବିଭିନ୍ନ କୋଇଲାଖ ଣି ଗୁଡିକରେ ମଧ୍ୟ କାର୍ଯ୍ୟବନ୍ଦ କରାଯାଇଛି। ଏହି ବନ୍ଦକୁ ସଫଳ କରିବା ପାଇଁ ସମସ୍ତ ଅନୁଷ୍ଠାନର ସହଯୋଗ ଲୋଡିଛନ୍ତି ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: