ମେ’ ୩୧ରେ ହେବ ବ୍ରଜରାଜନଗର ଉପନିର୍ବାଚନ

ଭୁବନେଶ୍ବର,୦୨/୦୫:ବ୍ରଜାରାଜ ନଗର ଉପନିର୍ବାଚନ ପାଇଁ ତାରିଖ ଘୋଷଣା। ମେ’ ୩୧ରେ ହେବ ବ୍ରଜରାଜନଗର ଉପନିର୍ବାଚନ। ବିଜେଡ଼ିର ବରିଷ୍ଠ ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏଠାରେ ବିଧାନସଭା ଆସନ ଖାଲିପଡ଼ିଥିଲା। ଉପନିର୍ବାଚନ ପାଇଁ ମେ’ ୪ରେ ପ୍ରକାଶ ପାଇବ ଗେଜେଟ ବିଜ୍ଞପ୍ତି। ମେ’ ୪ରୁ ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିପାରିବେ। ଅପରପକ୍ଷରେ ମେ’ ୧୨ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବାକୁ ଥିବାବେଳେ ମେ’ ୧୬ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ରଖାଯାଇଛି। ବ୍ରଜରାଜନଗର ଉପନିର୍ବାଚନ ପାଇଁ ମେ’ ୩୧ ରେ ଭୋଟ ଗ୍ରହଣ କରାଯିବ ଏବଂ ଜୁନ ୩ ତାରିଖରେ ଗଣତି ହେବ। ଜୁନ ୫ ତାରିଖରେ ନିର୍ବାଚନ ପ୍ରକ୍ରିୟା ଶେଷ କରାଯିବ ବୋଲି ଆଜି ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: