ମୌସୁମୀ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ହେବ କୋଭିଡ ପରୀକ୍ଷା

ଭୁବନେଶ୍ୱର ୦୭/୦୯: ଆସନ୍ତା ୩୦ ପୂର୍ବରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ । ତେବେ ଏ ଅଧିବେଶନ ବସିବା ପୂର୍ବରୁ ସମସ୍ତ ବିଧାୟକଙ୍କର କୋଭିଡ ଟେଷ୍ଟ କରାଯିବ ବୋଲି ଆପାତତଃ ନିଷ୍ପତ୍ତି ହୋଇଛି । ଏଥିପାଇଁ ସୋମବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଏ ବୈଠକରେ ସଂସଦୀୟ ବ୍ୟାପାର ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ସ୍ୱାସ୍ଥ୍ୟ ସଚିବ ଏବଂ ବିଏମସି କମିଶନର ଉପସ୍ଥିତ ରହିବେ । କେଉଁ ଢ଼ାଞ୍ଚାରେ ବିଧାୟକମାନଙ୍କର କରୋନା ପରୀକ୍ଷା ହେବ ସେ ନେଇ ବୈଠକରେ ଆଲୋଚନା ହେବ ବୋଲି ସୂଚନା ମିଳିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!