ଯାଜପୁର ମିଶନ ଶକ୍ତି ଭବନ ଉଦ୍‌ଘାଟିତ

ଯାଜପୁର,୯।୧:ରାଜ୍ୟର ପ୍ରଥମ ମହିଳା ମିସନ ଶକ୍ତି ଭବନ ଯାଜପୁରରେ ଲୋକାର୍ପିତ ହୋଇଛି। ମିସନ ଶକ୍ତି କମିସନର-ତଥା-ଶାସନ ସଚିବ ସୁଜାତା କାର୍ତ୍ତିକେୟନ୍ ଓ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଉପସ୍ଥିତିରେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏସଏଚଜିଙ୍କୁ ଋଣର ସୁଧ ଫେରସ୍ତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିସନ ଶକ୍ତି କେବଳ ସ୍ଲୋଗାନ ନୁହେଁ, ବରଂ ଏହା ଜୀବନଧାରା ପାଲଟିଛି । ମୁଁ ମା’ମାନଙ୍କୁ ଉଦ୍ୟାେଗୀ ଭାବେ ଦେଖିବାକୁ ଚାହେଁ । ଓଡ଼ିଶାର ରୂପାନ୍ତରଣରେ ସେମାନଙ୍କର ଅଛି ବଡ଼ ଭୂମିକା ରହିଛି। ବିଭିନ୍ନ ଜିଲ୍ଲାରୁ ଆସିଥିବା ମିଶନ ଶକ୍ତି ଗ୍ରୁପର ମା ମାନଙ୍କ ହୁଳହୁଳି ଓ କରତାଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ କନ୍‌ଭେନ ସେଣ୍ଟରରୁ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ରିହାତି ପ୍ରଦାନ କରାଯାଇଛି । ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳା ମାନେ ଯେଉଁ ଋଣ ନେଇଥିଲେ, ସେହି ଋଣର ସୁଧ ପରିମାଣ ପ୍ରଦାନ କରାଯାଇଛି । ମାତ୍ର ୬ ମାସରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ଉପସ୍ଥିତ ୫ଟି ମିଶନ ଶକ୍ତି ଗ୍ରୁପକୁ ଚେକ୍‌ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ କନ୍‌ଭେନସନ ସେଣ୍ଟରରେ ଉପସ୍ଥିତ ମା ଓ ରାଜ୍ୟର ସବୁ ଜିଲ୍ଲା ଓ ବ୍ଲକ୍‌ରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ମା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମା ମାନେ ଆଜି ଘରର ଚାରି କାନ୍ଥରୁ ବାହାରି ବ୍ୟବସାୟ ଠାରୁ ଆରମ୍ଭ କରି, ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି । ମା ମାନଙ୍କର ଏହି ନିଷ୍ପତ୍ତି ନେବାର କ୍ଷମତା ହେଉଛି, ପ୍ରକୃତ ରୂପାନ୍ତର । ଆଗାମୀ ଦିନରେ ମା ମାନେ ଆହୁରି ବଡ ବଡ ନିଷ୍ପତ୍ତି ନେବେ ଓ ଓଡିଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: