ଭୁବନେଶ୍ୱର,୨୪/୦୪: ଆଜି ରାଜଧାନୀରେ ଏକ ଡବଲ ମର୍ଡର ଦେଖିବାକୁ ମିଳିଛି । ରାଜଧାନୀର ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନୀରେ ଏହି ଅଘଟଣ ଘଟିଛି । ଚନ୍ଦ୍ରଶେଖରପୁରର ପ୍ଲଟ ନମ୍ବର ଇଡବ୍ଲ୍ୟୁଏସ-୨୩/୨ରୁ ଦୁଇ ଭଉଣୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ହତ୍ୟାକାଣ୍ଡ ସମ୍ପର୍କରେ ସୂଚନା ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଅଭିଯୁକ୍ତ ସ୍ୱାମୀ ବିଜୟ ସେଠୀକୁ ଅଟକ ରଖିଛି ପୁଲିସ୍। ହତ୍ୟାକାରୀ ବିଜୟ ସିଟିଡିସି ମେକାନିକାଲ୍ରେ ବିଭାଗରେ କାମ କରୁଥିବା ସୂଚନା ମିଳିିିଛି।ଘରୋଇ ହିଂସା ନା ଆଉ କିଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା ଜଣାପଡ଼ି ନାହିଁ। ଏଥିସହିତ ଘଟଣାର ପରବର୍ତ୍ତୀ ତଦନ୍ତ ଜାରି ରିଖିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |