ଭୁବନେଶ୍ୱର,୦୨/୦୪: ଆରମ୍ଭ ହୋଇଛି ସକାଳୁଆ ସ୍କୁଲ୍। ସକାଳୁ ସକାଳୁ ଛାତ୍ରଛାତ୍ରୀମାନେ ସ୍କୁଲ୍ ଯାଇଥିବା ଦେଖିବାକୁ ମିଳିଛି। ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ସକାଳୁଆ ସ୍କୁଲ୍ କରାଯାଇଛି।ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ୍ ଓ ସକାଳ ୭ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ନବମରୁ ଦ୍ୱାଦଶ ଶ୍ରେଣୀ କ୍ଲାସ ହେବ। ଏହାସହିତ ପିଲାଙ୍କୁ ସ୍କୁଲରେ ପୁଣି ଥରେ ମଧ୍ୟାହ୍ନ ଭୋଜନ ଦିଆଯିବ । ଗ୍ରୀଷ୍ମ ପ୍ରଭାବକୁ ଦୃଷ୍ଟିରେ ରଖି ସ୍କୁଲରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ରଖିବାକୁ ବ୍ୟବସ୍ଥା କରାଯାଇଛି । ଏହାସହିତ ଓଆରଏସ ରଖିବାକୁ ପରାମର୍ଶ ଦିଆଯାଇଛି । ପିଲାମାନେ ଘରଠୁ ସ୍କୁଲକୁ ଓ ସ୍କୁଲରୁ ଘରକୁ ଫେରିବା ବେଳେ ଛତା ବ୍ୟବହାର କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ସେହିପରି ନିର୍ଦ୍ଧାରିତ ସମୟ ମଧ୍ୟରେ କ୍ଲାସ ସାରିବାକୁ ସମସ୍ତ ସ୍କୁଲକୁ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |