ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ଶୀତର ଲହରି

ଭୁବନେଶ୍ବର ,୨୯।୧:ଓଡିଶାକୁ ଉତ୍ତରପଶ୍ଚିମ ତଥା ଉତ୍ତର ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ରାଜ୍ୟରେ ଶୀତର ଲହରୀ ଜାରି ରହିଛି । ଆଗାମୀ ୫ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବା ବେଳେ ୩୧ ତାରିଖ ଯାଏଁ ଶୀତର ଲହରି ରହିବ । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲା‌ରେ ରାତି ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମ୍‌ ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏମିତି ସ୍ଥିତି ଜାରି ରହିବ ଓ ପ୍ରବଳ ଶୀତ ଅନୁଭୂତ ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।  ସେହିପରି ୨୯ ଓ ୩୦ ତାରିଖରେ ପ୍ରବଳ ଥଣ୍ଡା ନେଇ ସୁନ୍ଦରଗଡ. ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ଦେବଗଡ, ଅନୁଗୁଳ, ବରଗଡ, ବଲାଙ୍ଗିର, ନୂଆପଡା, ସୋନପୁର, ବୋଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୩୦ ତାରିଖରୁ ୩୧ ତାରିଖ ଯାଏଁ ପ୍ରବଳ ଶୀତ ହେବା ନେଇ ଝାରସୁଗୁଡା, ବଲାଙ୍ଗି. ବରଗଡ, ସୋନପୁର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହାସହିତ ପ୍ରବଳ ଥଣ୍ଡା ପାଇଁ ରାତି ସମୟରେ ଘରେ ରହିବା ସହ ଭୋର ସମୟରେ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।  ରାଜ୍ୟର ଅଧିକାଂଶ ସ୍ଥାନରେ ୩ ଦିନ ଯାଏ ପାରଦ ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୫ ଡିଗ୍ରୀ ତଳେ ରହିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: