ରାଜ୍ୟରେ କରୋନା ନେଲା ୧୬ ଜୀବନ

ଭୁବନେଶ୍ବର ୮/୧୧: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୨୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବରଗଡ, ବୌଦ୍ଧ, କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: